ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ମନମୋହନ ସିଂ

ସତ୍ୟପାଠ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂହ ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେଇଛନ୍ତି | ପ୍ରଥମ ଥର ପାଇଁ ମନମୋହନ ରାଜସ୍ଥାନରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ | ମନମୋହନ ଶପଥ ନେଉଥିବାବେଳେ କଂଗ୍ରେସର ବହୁ ବରିଷ୍ଠ ନେତାଙ୍କ ସହ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ |

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ଗତ ୨୮ ବର୍ଷ ହେବ ରାଜ୍ୟସଭାରେ ଆସାମକୁ ପ୍ରତିନିଧିତ୍ୱ କରି ଆସୁଥିଲେ। ତାଙ୍କ କାର୍ଯ୍ୟକାଳ ଚଳିତବର୍ଷ ଶେଷ ହୋଇଥିଲା | ରାଜସ୍ଥାନର ରାଜ୍ୟସଭା ଆସନ ପାଇଁ ହୋଇଥିବା ଉପ ନିର୍ବାଚନରେ ଶ୍ରୀ ସିଂହ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।

Related Posts