ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ):ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା । ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଆଜି ମାଟ୍ରିକ ପରୀକ୍ଷା ଖାତା ଦେଖା ସରିବ । ରେଜଲ୍ଟ ବାହାରିବା ପରେ ସଙ୍ଗେସଙ୍ଗେ ସାର୍ଟିଫିକେଟ୍ ମିଳିବ । ଯେଉଁମାନଙ୍କର ପେପର ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ।
ସେପଟେ ଫେବୃଆରୀ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଚଳିତବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।
