ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା

ଭୁବନେଶ୍ଵର(ସତ୍ୟପାଠ ବ୍ୟୁରୋ): ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଫେବୃଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ । ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ। ଏହାସହିତ ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବ। ଖାତାଦେଖା ଅତିକମ୍‌ରେ ୧୨ ଦିନ ଚାଲିବ।ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପୂର୍ବରୁ ସିବିଏସଇ ୨୦୨୩-୨୪ ଶିିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ ଘୋଷଣା କରିଥିଲା । ସେହିପରି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃଆରୀ ୧୫ରୁ ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ବା ସିବିଏସଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି । ସେହିପରି ଆଇସିସି କିଛି ସ୍ପଷ୍ଟ କରିନି।

ଅତିକମରେ ଦୁଇ ସପ୍ତାହ ପରୀକ୍ଷା ଖାତା ଦେଖା ହେବ ବୋଲି ସୂଚନା ମିଳିଛି । ପରୀକ୍ଷା ସମ୍ପର୍କରେ ବିସ୍ତୃତ ସୂଚନା ପରେ ଜଣାପଡ଼ିବ । ଚଳିତ ବର୍ଷ ବହୁ ପୂର୍ବରୁ ମାଟ୍ରିକ ପରୀକ୍ଷା ସମ୍ପର୍କରେ ଘୋଷଣା କରାଯାଇଛି । ପୁରୁଣା ଢାଂଚାରେ ପରୀକ୍ଷା କରାଯିବ ବୋଲି ବୋଡର଼୍ ପକ୍ଷରୁ ସୂଚନା ଦିଆଯାଇଛି ।

Related Posts