ଏପ୍ରିଲ୍‌ ୨୯ରୁ ମାଟ୍ରିକ୍‌ ପରୀକ୍ଷା: 2ଟି ସିଟିଂ ରେ ହେବ ପରୀକ୍ଷା

ଏପ୍ରିଲ୍‌ ୨୯ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତିଙ୍କ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଡ଼ାକି ସୂଚନା ଦେଇଛନ୍ତି । ମେ ମାସ ୭ ତାରିଖରେ ପରୀକ୍ଷା ସରିବ । ପ୍ରତ୍ୟକ ବିଷୟ ପାଇଁ ୨ ଘଣ୍ଟା ସମୟ ରହିଥିବା ବେଳେ କେବଳ ଗଣିତ ବିଷୟ ପାଇଁ ୨ ଘଣ୍ଟା ୧୫ ମିନିଟ୍‌ ସମୟ ରହିବ ।

ତେବେ ପରୀକ୍ଷା 2ଟି ଶିଟିଂରେ ହେବ । ପ୍ରଥମ ସିଟିଂ ସକାଳ ୮ଟାରୁ ଆରମ୍ଭ ହେବ, ଦ୍ୱିତୀୟ ସିଟିଂ ୧୧ ଟାରୁ ଆରମ୍ଭ ହେବ । ରେଗୁଲାର୍‌ ପରୀକ୍ଷାର୍ଥୀଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ଏବଂ ଏକ୍ସ ରେଗୁଲାରଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ରହିବ । ୪ ଟି ସେଟ୍‌ରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ପରୀକ୍ଷା ୮୦ ମାର୍କ ବିଶିଷ୍ଟ ହେବ । ଏଥିରେ ସଂକ୍ଷିପ୍ତ ଏବଂ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନ ପଚରାଯିବ । ସଂକ୍ଷିପ୍ତ ଉତ୍ତରମୂଳକ ୫୦ ମାର୍କ OMR ସିଟ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ଏବଂ ଦୀର୍ଘ ଉତ୍ତରମୂଳକ ୩୦ ମାର୍କ ପରୀକ୍ଷାର୍ଥୀ ମିଳିଥିବା ବୁକ୍‌ଲେଟ୍‌ରେ ଦେବେ।

Related Posts