ବର୍ଷାକୁ ନେଇ ପାଣିପାଗ ବିଭାଗର ସୂଚନା

ସତ୍ୟପାଠ ବ୍ୟୁରୋ : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ଧିରେ ଧିରେ ଦୁର୍ବଳ ହୋଇଥିଲେ ମଧ୍ୟ ଏବେ ମୌସୁମୀ ସକ୍ରୀୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚିଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଗତ ଦୁଇ ଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ୮ ତାରିଖ ପରେ ବର୍ଷା ପରିମାଣ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏହି ସମୟରେ ବଙ୍ଗୋପସାଗର ଅଶାନ୍ତ ରହିବ । ତେଣୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ଜୁଲାଇ ପହିଲାରୁ ରାଜ୍ୟରେ ସ୍ୱାଭାବିକ ବର୍ଷା ହୋଇ ନାହିଁ । ମୌସୁମୀ ସକ୍ରିୟ ଥିବାରୁ ଆଗାମୀ ଦିନରେ ସ୍ୱାଭାବିକ ବୃଷ୍ଟିପାତ ହେବ ବୋଲି ପାଣିପାଗ ବିଭାଗ କହିଛି ।

Related Posts