ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଓଡ଼ିଶା ସମେତ ୧୪ଟି ରାଜ୍ୟକୁ ବଜ୍ରପାତ ନେଇ ସତର୍କତା ଜାରି କଲେ ପାଣିପାଗ ବିଭାଗ । ଆଜି ପାଣିପାଗ ବିଭାଗ ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ହରିୟାଣା, ରାଜସ୍ଥାନ, ପଞ୍ଜାବ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଜମ୍ମୁ କଶ୍ମୀର, ପଶ୍ଚିମବଙ୍ଗ, ଓଡ଼ିଶା, ଆସାମ, ତାମିଲନାଡୁ ଏବଂ କେରଳ ସମେତ ୧୪ଟି ରାଜ୍ୟରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ପାଇଁ ସତର୍କତା ଜାରି କରିଛି। ଘଣ୍ଟା ପ୍ରତି ୭୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ ପାଇଁ ମଧ୍ୟ ସତର୍କତା ଜାରି କରାଯାଇଛି ।