ହକି ବିଶ୍ବକପରେ ଯୋଗଦେବା ପାଇଁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆସନ୍ତା ଜାନୁଆରି ମାସ ୧୩ରୁ ଭୁବନେଶ୍ବର ଓ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ହକି ବିଶ୍ବକପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି । ଏହି କ୍ରମରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହକି ବିଶ୍ବକପରେ ଯୋଗ ଦେବାକୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମନ୍ତ୍ରୀ ଜଗନ୍ନାଥ ସରାକା ରାଞ୍ଚି ଯାଇ ସୋରେନଙ୍କୁ ବିଶ୍ୱକପରେ ଯୋଗଦେବାପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

ସେହିଭଳି ଗତକାଲି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟି ବିଶ୍ବକପ ନିମନ୍ତେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ଓ ଟିମ ଇଣ୍ଡିଆର ଜର୍ସି ପ୍ରଦାନ କରିଥିଲେ । ଆଜି ମଧ୍ୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ । ସେହିପରି ଆଜି ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ଭେଟି ବିଶ୍ୱକପରେ ଯୋଗଦେବାପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

Related Posts