
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ହସ୍ପିଟାଲରେ ଭର୍ତ୍ତି ହେଲେ ମିଥୁନ ଚକ୍ରବର୍ତ୍ତୀ । ସେପଟେ ମିଥୁନ୍ଙ୍କ ସ୍ବାସ୍ଥ୍ୟକୁ ନେଇ ଅନେକ ଗୁଜବ ଉଠିଥିଲା। ଏନେଇ ତାଙ୍କ ପୁଅ ସୋସିଆଲ ମିଡିଆରେ ଗୁଜବ ଉପରେ ପୁନଃଚ୍ଛେଦ ପକାଇଛନ୍ତି । ତାଙ୍କ ସ୍ବାସ୍ଥ୍ୟକୁ ନେଇ ସୂଚନା ଦେଇଛନ୍ତି । ମିଥୁନଙ୍କ ପୁଅ ମିମୋ ଚକ୍ରବର୍ତ୍ତୀ କହିଛନ୍ତି କି- ତାଙ୍କ ପିତା ଅର୍ଥାତ୍ ମିଥୁନ ଚକ୍ରବର୍ତ୍ତୀଙ୍କୁ ଷ୍ଟୋନ ସମସ୍ୟା ହେତୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ କିଡନୀରେ ଏକ ଷ୍ଟୋନ ଚିହ୍ନଟ ହୋଇଥିଲା। ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଲା।
ଅନ୍ୟପଟେ ଭାଇରାଲ ହୋଇଥିବା ଫଟୋରେ ଦେଖିବାକୁ ମିଳିଛି କି ମିଥୁନ ଡାକ୍ତରଖାନା ବେଡ ଉପରେ ଅଚେତ ଅବସ୍ଥାରେ ଆଖି ବନ୍ଦ କରି ଶୋଇଛନ୍ତି। ହେଲେ ଏହା ସହ କୁହାଯାଇଛି କି ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ବର୍ତ୍ତମାନ ତାଙ୍କୁ ବାଙ୍ଗାଲୋରର ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ମିଥୁନଙ୍କ ସ୍ୱାସ୍ଥ୍ୟ ସମ୍ପୂର୍ଣ୍ଣ ଭଲ ଅଛି, ସଂପୂର୍ଣ୍ଣ ଫିଟ୍ ଏବଂ ସୁସ୍ଥ ଅଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।