ଆଜି ଓଡିଶା ଆସୁଛନ୍ତି ମୋଦି; କରିବେ ‘ସୁଭଦ୍ରା’ ର ଶୁଭାରମ୍ଭ

ଭୁବନେଶ୍ୱର,୧୭/୯(ସତ୍ୟପାଠ ବ୍ୟୁରୋ):  ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବେ। ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଛି ଭବ୍ୟ ଆୟୋଜନ। ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ 4ଟି ସେଡ୍ କରାଯାଇଛି।

ଏଥିରେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭିଭିଆଇପିଙ୍କ ସମେତ ନେତା ,ମନ୍ତ୍ରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ବସିବାର ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଖାଦ୍ୟ, ପାନୀୟ, ଶୌଚାଳୟ ସମେତ ପୋଲିସ କଣ୍ଟ୍ରୋଲ ରୁମ୍ ଆଦିର ବ୍ୟବସ୍ଥା ହୋଇଛି। 

ଜନତା ମଇଦାନର 7 ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିବ। ସେଥିପାଇଁ ଅସ୍ଥାୟୀ ରାସ୍ତା ମଧ୍ୟ ପ୍ରସ୍ତୁତ ହୋଇଛି। ସାଧାରଣ ଦର୍ଶକ ପ୍ରବେଶ ପାଇଁ ଗାନ୍ଧୀପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହିପରି ଭିଆଇପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଜନତା ମଇଦାନର ମୁଖ୍ୟ ଗେଟ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ବସ୍ତିକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି। ତାସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।

Related Posts