ଭୁବନେଶ୍ୱର,୦୫/୩(ସତ୍ୟପାଠ ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୩ଟା ୩୦ରେ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ୪ଟା ୧୫ରେ ସାଧାରଣ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ତେବେ ମାସକ ପୂର୍ବରୁ ଓଡ଼ିଶା ଆସିଥିଲେ ପ୍ରଧାନମନ୍ତ୍ରୀ । ଗତମାସ ୩ ତାରିଖରେ ସମ୍ବଲପୁର ଆସିଥିଲେ ।
ଦିନିକିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି।





