ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦି

ଭୁବନେଶ୍ୱର,୫/୬(ସତ୍ୟପାଠ ବ୍ୟୁରୋ):   ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନରେନ୍ଦ୍ର ମୋଦୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନରେନ୍ଦ୍ର ମୋଦୀ।

ନିର୍ବାଚନ ୨୦୨୪ର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୨୪୦ ଟି ଆସନ ରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ଠାରୁ ଦୂରରେ ଥିଲେ ବି ଏନଡିଏ ୨୯୨ ଟି ଆସନ ସହ ସରକାର ଗଠନ କରିବାକୁ ଦାବିଦାର ହୋଇଛି ।

ଜନାଦେଶ ଆସିବା ପରେ ମୋଦୀ ଜୁନ୍ ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଚର୍ଚ୍ଚା ହେଉଛି । ଏହା ସହ ପ୍ରଧାନମନ୍ତ୍ରୀ ପଦରୁ ମୋଦୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ନିକଟରେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ତାଙ୍କ ଇସ୍ତଫା ଗ୍ରହଣ କରି ଦେଇଛନ୍ତି।

Related Posts