ଭୁବନେଶ୍ୱର,୨୫/୧(ସତ୍ୟପାଠ ବ୍ୟୁରୋ): ଫେବ୍ରୁଆରୀ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ। ମୋଦିଙ୍କ ଦିନିକିଆ ଓଡ଼ିଶା ଗସ୍ତ ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।
ଆଇଆଇଏମ୍ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଆଇଆଇଏମ୍ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।





