ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଚରଣ ମାଝୀ

 

ଭୁବନେଶ୍ୱର,୧୧/୬(ସତ୍ୟପାଠ ବ୍ୟୁରୋ): ଶେଷ ହେଲା ସସପେନ୍ସ । ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର । ମୋହନ ଚରଣ ମାଝୀ ହେଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଭୁବନେଶ୍ବର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ନେବେ ଶପଥ ।

୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।

ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

Related Posts