ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ୱର,୧୨/୬(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ଆରମ୍ଭ ହେଲା ମୋହନ ସରକାର। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ। ରାଜ୍ୟପାଳ ରଘୁବୀର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। 

ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେଇଥିଲେ ।

Related Posts