ତଳ କୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଗଲେ ମୋକିମ୍

ଭୁବନେଶ୍ୱର,୧୪/୪(ସତ୍ୟପାଠ ବ୍ୟୁରୋ):  ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ (ଓଆରଏଚଡିସି) ଋଣ ମାମଲାରେ ଦଣ୍ଡାଦେଶ ପାଇଥିବା ବିଧାୟକ ମହମ୍ମଦ ମୋକିମଙ୍କ ହାଇକୋର୍ଟଙ୍କୁ ଚାଲେଞ୍ଜ। ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରୋକ୍ ଲଗାଇବା ପାଇଁ ହାଇକୋର୍ଟରୁ ନିରାଶ ହେବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ । ମେ’ ମାସରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା ସୁଯୋଗ ଦେବାକୁ ଏବଂ ମାମଲାର ବିଚାର ସମ୍ପୂର୍ଣ୍ଣ ନହେବା ପର୍ଯ୍ୟନ୍ତ ଜାମିନ ପ୍ରଦାନ କରିବାକୁ ସେ ଆବେଦନ କରିଛନ୍ତି ।

ଏହା ସହ ଜରିମାନା ରାଶି ଆଦାୟ ଉପରେ ରୋକ ଲଗାଇବା ପାଇଁ ମଧ୍ୟ ସେ ସୁପ୍ରିମକୋର୍ଟଙ୍କୁ ନିବେଦନ କରିଛନ୍ତି । ଓଆରଏଚଡିସି ଦୁର୍ନିତି ମାମଲାରେ ୨୦୨୨ ଅକ୍ଟୋବରରେ ବାରବାଟୀ-କଟକ ବିଧାୟକ ମୋକିମଙ୍କୁ ୩ ବର୍ଷର ଜେଲଦଣ୍ଡ ଶୁଣାଇଥିଲେ ଭୁବନେଶ୍ବର ଭିଜିଲାନ୍ସ କୋର୍ଟ । ତଳ କୋର୍ଟଙ୍କ ରାୟକୁ ଓଡ଼ିଶା ହାଇକୋର୍ଟ କାଏମ ରଖିଥିଲେ । ଯାହାକୁ ଚାଲେଞ୍ଜ କରି ଏବେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୋକିମ । ଏହି ମାମଲାର ଶୁଣାଣି ଆସନ୍ତା ଏପ୍ରିଲ ୧୯କୁ ଧାର୍ଯ୍ୟ କରାଯାଇଛି ।

Related Posts