ରାଜ୍ୟରେ ଦୁର୍ବଳ ହେଲା ମୌସୁମୀ, ୫ଦିନ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଛି । ବର୍ତ୍ତମାନ ୫ ଦିନ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ । କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୪ ଘଣ୍ଟା ଭିତରେ ୧୧ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।ସେହିପରି ଆସନ୍ତାକାଲି ମଧ୍ୟ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ ।ଆସନ୍ତାକାଲି ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ ତାରିଖରେ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଜୁନ ୧ରୁ ଏଯାଏ ୪୯୭.୧ ମିମି ବର୍ଷା ରେକର୍ଡ ହୋଇଛି । ଏହି ସମୟ ମଧ୍ୟରେ ୫୦୧.୬ ମିମି ବର୍ଷା ହେବ କଥା । ଯାହାକି ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ୍‌ ବର୍ଷା ହୋଇଛି । ଏଯାଏ ୪ ଜିଲ୍ଲାରେ ଅଧିକ ବୃଷ୍ଟିପାତ ହୋଇଛି । ୨ ଜିଲ୍ଲା ସୁନ୍ଦରଗଡ଼ ଓ ସମ୍ବଲପୁରରେ ନିଅଣ୍ଟିଆ ବର୍ଷା ଚିନ୍ତା ବଢ଼ାଇଛି । ବାକି ୨୪ ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Related Posts