ଅଧା ଓଡ଼ିଶାରୁ ଗଲା ମୌସୁମୀ

ଭୁବନେଶ୍ୱର: ସରି ସରି ଆସୁଛି ବର୍ଷା ଦିନ । ପାଖେଇ ଆସୁଛି ଶୀତ । ମୌସୁମୀ ଧିରେ ଧିରେ ଅଧା ଓଡ଼ିଶାରୁ ଛାଡ଼ି ଗଲାଣି । ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି । ଏବେ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସରିଯାଇଛି । ସେହପରି ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର ଓ ମୟୁରଭଞ୍ଜରୁ ଅଧାରୁ ଅଧିକ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛ
ଅନ୍ୟପକ୍ଷରେ ଢେଙ୍କାନାଳ ଜିଲାର ଅଳ୍ପ କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାହୃତ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ଦୁଇ ଦିନରେ ରାଜ୍ୟର ଅବଶିଷ୍ଟ ଜିଲାଗୁଡ଼ିକରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଏବେ ସ୍ଥିର ରହିଛି । ଆସନ୍ତା ୧୩ ତାରିଖ ସୁଦ୍ଧା ଏହା ଏକ ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ ।

Related Posts