ରାଜ୍ୟରେ 100 ଅତିକ୍ରମ କଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ ପୁଣି ବଢ଼ୁଛି ସଂକ୍ରମଣ । ପୁଣି ଥରେ କୋରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି । ୧୦୦ ପାର କରିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୩ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୬୭ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୪୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ୧୫ଜଣ କିଶୋର ଆକ୍ରାନ୍ତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୨୧, ଯାଜପୁରରୁ ୨, ଖୋର୍ଦ୍ଧାରୁ ୬୫, ପୁରୀରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୬ ଏବଂ ଷ୍ଟେଟପୋଲରୁ ୧୪ ଜଣ ସଂକ୍ରମିତ ହୋଇଛନ୍ତି ।

ଫଳରେ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୩୨୮ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୫୧୭ ସକ୍ରିୟ ମାମଲା ରହିଛି । ନୂଆ ୫୨ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୯ ହଜାର ୭୪୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇବା ଚିନ୍ତାର ବିଷୟ ହୋଇଛି ।

Related Posts