ବାଙ୍କୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସି ପଡିଲା ଯାତ୍ରୀବାହୀ ବସ: ୨୦ରୁ ଅଧିକ ଆହତ

ଖୋର୍ଦ୍ଧା:ବାଙ୍କୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ । ଭାରସାମ୍ୟ ହରାଇ ବସଟି ରାସ୍ତାକଡକୁ ଖସି ପଡିଛି। ଫଳରେ ଏହି ଦୁର୍ଘଟଣାରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ପ୍ରାୟ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି ।

ସୂଚନା ଅନୁସାରେ, ବାଙ୍କୀରୁ ଭୁବନେଶ୍ୱର ଯିବା ବାଟରେ ଦୁର୍ଘଟଣାର ଶିକାର ହୋଇଛି ଏକ ଘରୋଇ ବସ । ବାଘମାରୀ ରାସ୍ତାର ସିମୋର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଭାରସାମ୍ୟ ହରାଇ ରାସ୍ତାକଡକୁ ବସଟି ଖସି ପଡିଥିବା ଜଣାଯାଇଛି । ଏହି ଦୁର୍ଘଟଣାରେ କେହି ପ୍ରାଣ ହରାଇ ନଥିଲେ ମଧ୍ୟ ପ୍ରାୟ ୨୦ରୁ ଅଧିକ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରି ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Related Posts