ଦେଶରେ ୨୦ହଜାର ଅତିକ୍ରମ କଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଉପର ମୁହାଁ ରହିଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ଏବେ ୩୦୦୦ ରୁ ବଢ଼ି ୨୦ ହଜାର ରେ ପହଂଚିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୧୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୯ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୩୬୦୭୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୦ ଲକ୍ଷ ୨୮ ହଜାର ୩୫୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୫୫୭ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Related Posts