ରାଜ୍ୟରେ ୭ଶହ ଅତିକ୍ରମ କଲା ଦୈନିକ ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଲଗାତାର ଭାବେ କିଛି ଦିନ ହେଲା ଦୈନିକ ସଂକ୍ରମଣ ୫ ଶହ ଉପରେ ରହୁଥିବା ବେଳେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଗତକାଲି ୫୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏମାନଙ୍କ ମଧ୍ୟରୁ ୪୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୧୧୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩, କୋରାପୁଟ ଜିଲ୍ଲାରୁ ୧୦ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୩୬ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬୫ ଜଣ ଓ ଷ୍ଟେଟପୁଲରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୫, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୨୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Related Posts