ଭୁବନେଶ୍ୱର,୨୮/୮(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା । ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା । ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ ୧୨,୫୦୦ ଟଙ୍କା । ଏନେଇ ବିଧାନସଭାରେ ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଉତ୍ତର ଦେଇ ଏହା କହିଛନ୍ତି କୃଷି ମନ୍ତ୍ରୀ କେ.ଭି ସିଂହଦେଓ।
ବିଜେଡି ସରକାର ଅମଳରେ ଆରମ୍ଭ ହୋଇଥିବା କାଳିଆ ଯୋଜନା ନାମକୁ ପରିବର୍ତ୍ତନ କରାଯାଇ ସିଏମ୍ କିଷାନ ଯୋଜନାରେ ନାମିତ କରାଯାଇଛି। ଖୁବ୍ ଶୀଘ୍ର ଏହା ଲାଗୁ କରାଯିବ । ଯୋଗ୍ୟତା ଥାଇ ପିଏମ୍ କିଷାନ ଯୋଜନାରୁ ବାଦ୍ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ନୂଆ ସାମିଲ ପାଇଁ ସିଏମ୍ କିଷାନ ପୋର୍ଟାଲରେ ଆବେଦନ କରିହେବ ବୋଲି ଆଜି କୃଷି ମନ୍ତ୍ରୀ କେଭି ସିଂହଦେଓ ସୂଚନା ଦେଇଛନ୍ତି।





