ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଏଣିକି କୌଣସି ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ତଥା ମିଛଧରା ପରୀକ୍ଷା ପାଇଁ ଆଉ ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ । ଏଣିକି ଭୁବନେଶ୍ୱରରେ ହେବ ନାର୍କୋ ଟେଷ୍ଟ । କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ।
ଆସନ୍ତା ମାସରୁ କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଟେଷ୍ଟ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକ। ସୂଚନା ଅନୁସାରେ, କ୍ୟାପିଟାଲ ହସ୍ପିଟାଲ OTରେ କରାଯିବ ନାର୍କୋ ପରୀକ୍ଷା। ଏଥିଲାଗି ରାଜ୍ୟ ଫରେନ୍ସିକ୍ ଲ୍ୟାବକୁ ଆବଶ୍ୟକୀୟ ଉପକରଣ ଆସିସାରିଛି। ଷ୍ଟେଟ ଫରେନ୍ସିକ୍ ଲ୍ୟାବ ସହ ଗତକାଲି କ୍ୟାପିଟାଲ ହସ୍ପିଟାଲ କର୍ତୃପକ୍ଷଙ୍କ ବୈଠକ ହୋଇଥିଲା। ବୈଠକ ପରେ କ୍ୟାପିଟାଲ ହସ୍ପିଟାଲ ଆନାସ୍ଥେସିଆ ଓ ମାନସିକ ରୋଗ ବିଶେଷଜ୍ଞଙ୍କ ଏବେ ପ୍ରଶିକ୍ଷଣ ଚାଲିଛି ବୋଲି କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।





