ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିଛି ‘ଜୀବନବ୍ୟାପୀ ସାଧନା ସମ୍ମାନ’। ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିବା ପରେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ବ୍ୟାପକ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ତେବେ ଏନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସ୍ୱାଗତ ସମ୍ବର୍ଦ୍ଧନା ଏକ ପ୍ରହସନ,ନିର୍ବାଚନ ଆସିଲେ ନବୀନ ବାବୁ ଏମିତି ଆୱାର୍ଡ କିଣନ୍ତି। ଏହା ଏକ କିଣା ଆୱାର୍ଡ। ଏହି ଆୱାର୍ଡ କେତେ ଟଙ୍କାରେ କିଣିଛନ୍ତି, ଜଣାନାହିଁ, ଏହା ନୂଆ କଥା ନୁହେଁ, ଯେଉଁ ସଂସ୍ଥାକୁ କେହି ଜାଣି ନାହାନ୍ତି, ସିଏ ସେବା ସାଧକ ଆୱାର୍ଡ ଦେଉଛନ୍ତି। ଏସବୁ ଡ୍ରାମାକୁ ଲୋକେ ବୁଝିଛନ୍ତି।
ସୂଚନାଯୋଗ୍ୟ ଯେ, ‘ଜୀବନବ୍ୟାପୀ ସାଧନା ସମ୍ମାନ’ନେଇ ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟାରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେଇଛି ବିଜେଡି। ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟ ମନ୍ତ୍ରିମଣ୍ଡଳର ଅଧିକାଂଶ ସଦସ୍ୟ, ବିଜେଡି ବିଧାୟକ ଓ ସାଂସଦଙ୍କ ସମେତ ହଜାର ହଜାର ବିଜେଡି କର୍ମୀ ଭୁବନେଶ୍ବରରେ ରହିଛନ୍ତି।ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ, ସମ୍ବର୍ଦ୍ଧନା ପାଇଁ ସାରା ରାଜ୍ୟରୁ ୫୦ ହଜାର ଲୋକ ରାଜଧାନୀରେ ଏକଜୁଟ ହୋଇଛନ୍ତି।
