କଣ୍ଟାବାଞ୍ଜିରୁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୦୨/୫(ସତ୍ୟପାଠ ବ୍ୟୁରୋ):   କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ନାମାଙ୍କନପତ୍ର ଦାଖଲ ପୂର୍ବରୁ ଆଜି ଟିଟିଲାଗଡ ସିଟି ହାଇସ୍କୁଲରୁ ଏକ ରୋଡ ସୋ’ରେ ଆସିଥିଲେ ମୁଖ୍ୟମନ୍ତ୍ରୀ । ଟିଟିଲାଗଡ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ନାମାଙ୍କନପତ୍ର ଦାଖଲ ସମୟରେ ବିଜେଡି ନେତା ତଥା ଫାଇଭ-ଟି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବଲାଙ୍ଗୀର ଅନ୍ୟ ନେତାମାନେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ପୂର୍ବରୁ ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ନିର୍ବାଚନରେ ୨ଟି ଆସନରୁ ନିର୍ବାଚନ ଲଢୁଛନ୍ତି ନବୀନ । ହିଞ୍ଜିଳି ସମେତ କଣ୍ଟାବାଞ୍ଝି ଆସନରୁ ପ୍ରାର୍ଥୀ ହୋଇଛନ୍ତି ବିଜେଡି ସୁପ୍ରିମୋ ।

Related Posts