ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀ ତଥା ବିଜେଡିର ବର୍ତ୍ତମାନ ସଭାପତି ନବୀନ ପଟ୍ଟନାୟକ ନୂଆ ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ବିଜେଡି କାର୍ଯ୍ୟାଳୟକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିଛନ୍ତି । ସେହିପରି ଏକା ସମୟରେ ଦଳର ରାଜ୍ୟ କାର୍ଯ୍ୟକାରୀ ସଦସ୍ୟମାନେ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶୁକ୍ରବାର ଦିନ ଦଳ ତରଫରୁ ବିଭିନ୍ନ ଜିଲ୍ଲାର ସଭାପତିମାନଙ୍କ ନାମ ତାଲିକା ପ୍ରକାଶ ପାଇଛି । ପୂର୍ବରୁ ଜିଲ୍ଲାର ବିଭିନ୍ନ କର୍ମକର୍ତ୍ତା ମଧ୍ୟ ନିର୍ବାଚିତ ହୋଇଯାଇଛନ୍ତି। ଶେଷରେ ଆଜି ଦଳର ସଭାପତି ପଦ ପାଇଁ ନିର୍ବାଚନ ହେବ। ତେବେ ବିଜେଡି ସଭାପତି ପଦ ପାଇଁ ପୂର୍ବରୁ କେବଳ ନବୀନ ପଟ୍ଟନାୟକ ଯେପରି ନିର୍ବାଚିତ ହୋଇ ଆସୁଛନ୍ତି , ଚଳିତ ଥର ମଧ୍ୟ ନବୀନ ପଟ୍ଟନାୟକ ସଭାପତି ହେବେ ବୋଲି ଚର୍ଚ୍ଚା ହେଉଛି ।
Related Posts