ନୂଆପଡ଼ା ଜିଲ୍ଲାରେ ନକ୍ସଲଙ୍କ ବର୍ବରକାଣ୍ଡ; ପୁଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ) ନୂଆପଡ଼ା ଜିଲ୍ଲାରେ ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ । ଘରୁ ଡାକି ଆଣି ଜଣେ ଯୁବକଙ୍କୁ ନକ୍ସଲ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଢେକୁନପାନି ଗାଁରେ। ତେବେ ଯୁବକ ଜଣଙ୍କ ପରିଚୟ ମିଳିଥିବା ବେଳେ ତାଙ୍କ ନାଁ ହେଉଛି ଅନନ୍ତରାମ ରାଉତ।

ସୂଚନା ଅନୁସାରେ, ଗତକାଲି ରାତିରେ ଢେକୁନପାନି ଗାଁକୁ କିଛି ନକ୍ସଲ ଆସି ଅନନ୍ତରାମଙ୍କୁ ଘରୁ ଡାକି ନେଇ ଯାଇଥିଲେ।ଆଜି ସକାଳେ ଯୁବକଙ୍କ ମୃତଦେହ ଗାଁ ମୁଣ୍ଡରେ ରକ୍ତଯୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଏହାସହ ଘଟଣାର ତଦନ୍ତ କରୁଛି। ପୁଲିସ ଇନଫର୍ମର ସନ୍ଦେହରେ ନକ୍ସଲମାନେ ଯୁବକଙ୍କୁ ହତ୍ୟା କରିଥିବା ଜଣାଯାଇଛି। ଅନନ୍ତରାମଙ୍କ ମୃତଦେହ ନିକଟରେ ନକ୍ସଲ ପୋଷ୍ଟର ମଧ୍ୟ ପଡ଼ିଥିବା ସୂଚନା ମିଳିଛି।

Related Posts