ଏପ୍ରିଲ ୧୩ରୁ ନବମ ସମ୍ମେଟିଭ-୨ ପରୀକ୍ଷା: ମାଧ୍ୟମିକ ଶିକ୍ଷା ବୋର୍ଡ

ପ୍ରକାଶ ପାଇଛି ନବମ ପରୀକ୍ଷା ନେଇ ତାରିଖ । ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଏପ୍ରିଲ ୧୩ ତାରିଖରୁ ନବମ ସମ୍ମେଟିଭ-୨ ପରୀକ୍ଷା ଆରମ୍ଭ ହୋଇ ୨୧ ତାରିଖରେ ସରିବ । ସକାଳ ୮ଟାରୁ ଫାଷ୍ଟ ସିଟିଂରେ ନିଜ ସ୍କୁଲରେ ହେବ ପରୀକ୍ଷା । ତେବେ ଖରାକୁ ଦୃଷ୍ଟିରେ ରଖି ପିଲାମାନଙ୍କ ପାଇଁ ସବୁ ପ୍ରକାରର ବନ୍ଦୋବସ୍ତ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

ସେହିପରି ଏପ୍ରିଲ୍‌ ୨୯ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତିଙ୍କ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଡ଼ାକି ସୂଚନା ଦିଆଯାଇଛି । ମେ ମାସ ୭ ତାରିଖରେ ପରୀକ୍ଷା ସରିବ । ପ୍ରତ୍ୟକ ବିଷୟ ପାଇଁ ୨ ଘଣ୍ଟା ସମୟ ରହିଥିବା ବେଳେ କେବଳ ଗଣିତ ବିଷୟ ପାଇଁ ୨ ଘଣ୍ଟା ୧୫ ମିନିଟ୍‌ ସମୟ ରହିବ ।

ତେବେ ପରୀକ୍ଷା 2ଟି ଶିଟିଂରେ ହେବ । ପ୍ରଥମ ସିଟିଂ ସକାଳ ୮ଟାରୁ ଆରମ୍ଭ ହେବ, ଦ୍ୱିତୀୟ ସିଟିଂ ୧୧ ଟାରୁ ଆରମ୍ଭ ହେବ । ରେଗୁଲାର୍‌ ପରୀକ୍ଷାର୍ଥୀଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ଏବଂ ଏକ୍ସ ରେଗୁଲାରଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ରହିବ । ୪ ଟି ସେଟ୍‌ରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ପରୀକ୍ଷା ୮୦ ମାର୍କ ବିଶିଷ୍ଟ ହେବ । ଏଥିରେ ସଂକ୍ଷିପ୍ତ ଏବଂ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନ ପଚରାଯିବ । ସଂକ୍ଷିପ୍ତ ଉତ୍ତରମୂଳକ ୫୦ ମାର୍କ OMR ସିଟ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ଏବଂ ଦୀର୍ଘ ଉତ୍ତରମୂଳକ ୩୦ ମାର୍କ ପରୀକ୍ଷାର୍ଥୀ ମିଳିଥିବା ବୁକ୍‌ଲେଟ୍‌ରେ ଦେବେ।

Related Posts