ପୁଣି ଥରେ ରାଜ୍ୟର ମୁଖିଆ ଭାବେ ଶପଥ ନେଲେ ନୀତୀଶ କୁମାର

ପାଟଣା : ବିଜେପି ସହ ଭାଙ୍ଗିଲା ମେଣ୍ଟ ସରକାର । ପୁଣି ଥରେ ରାଜ୍ୟର ମୁଖିଆ ଭାବେ ଶପଥ ନେଲେ ନୀତୀଶ କୁମାର । ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତୀଶ କୁମାର । ୮ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଜନତା ଦଳ ୟୁନାଇଟେଡ୍‌ ସୁପ୍ରିମୋ । ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସ୍ବୀ ଯାଦବ ।

ନୀତୀଶ କୁମାର ଏବଂ ତେଜସ୍ବୀ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଫଗୁ ଚୌହାନ । କେବଳ ମୁଖ୍ୟମନ୍ତ୍ରୀ ଏବଂ ଉପ-ମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ମନ୍ତ୍ରୀମଣ୍ଡଳର ଶପଥ ନେଇନାହାନ୍ତି । ପରବର୍ତ୍ତୀ ପର୍ଯ୍ୟାୟରେ କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ଶପଥ ନେବେ ବୋଲି ସୂଚନା ରହିଛି ।

Related Posts