ନାମାଙ୍କନପତ୍ର ଦାଖଲ କଲେ ମାର୍ଗାରେଟ୍‌ ଆଲଭା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନାମାଙ୍କନପତ୍ର ଦାଖଲ କଲେ ମାର୍ଗାରେଟ୍‌ ଆଲଭା । ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭା ମଙ୍ଗଳବାର ଉପରାଷ୍ଟ୍ରପତି ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେହି ସମୟରେ ରାହୁଲ ଗାନ୍ଧି, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ସୀତାରାମ ୟେଚୁରୀ ପ୍ରମୁଖ ଉପସ୍ଥିତ ଥିଲେ। ସେପଟେ ମାର୍ଗାରେଟ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି । ଗତକାଲି ଧନଖଡ଼ ପ୍ରଧାନମନ୍ତ୍ରୀଙ୍କ ସମେତ ବରିଷ୍ଠ ନେତାଙ୍କ ଗହଣରେ ଯାଇ ନାମାଙ୍କନ ଭରିଥିଲେ । କଂଗ୍ରେସର ବରିଷ୍ଠ ନେତ୍ରୀ ମାର୍ଗାରେଟ ଆଲଭା ପୂର୍ବରୁ ଗୋଆ, ଗୁଜୁରାଟ, ଏବଂ ଉତ୍ତରାଖଣ୍ଡ ରାଜ୍ୟପାଳ ଥିଲେ ।

ତାଙ୍କୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ବାମଦଳ, ଆରଜେଡି, ସମାଜବାଦୀ ପାର୍ଟି, ଏନସିପି ସମେତ ସମସ୍ତ ପ୍ରମୁଖ ବିରୋଧୀ ଦଳର ନେତା ଏକାଠି ହୋଇ ପ୍ରାର୍ଥୀ କରିଛନ୍ତିି । ବର୍ତ୍ତମାନ ଉପ ରାଷ୍ଟ୍ରପତି ଥିବା ଏମ୍ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ଅଗଷ୍ଟ ୧୦ରେ ଶେଷ ହେଉଛି । ଏହା ପୂର୍ବରୁ ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।

Related Posts