କେବଳ ସହର ନୁହେଁ, ଗାଁରେ ମଧ୍ୟ କରୋନା ସଂକ୍ରମଣ ହେଉଛି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ କାରୋନା ସଂକ୍ରମଣ ଦିନକୁ ଦିନ ଆୟତ୍ତ୍ୱ ହେବାରେ ଲାଗିଛି । ମୁଖ୍ୟତଃ ଗତ ୧୨ ତାରିଖରୁ ଆଜି ପର୍ୟ୍ୟନ୍ତ ରାଜ୍ୟରେ ସଂକ୍ରମଣ କମିବା ଆରମ୍ଭ କରିଛି। ଏହା ମଧ୍ୟରେ ସ୍ୱାସ୍ଥ୍ୟ ନିଦେ୍ର୍ଦଶକ ବଡ଼ ବୟାନ ଦେଇଛନ୍ତି । ତେବେ ଯଦି ଏହି ଭିତରେ ସଂକ୍ରମଣ ପୁଣି ବଢେ ତାହାଲେ ଆକଳନ ଭୁଲ ହୋଇ ପାରେ। ସଂକ୍ରମଣ ସବୁ ଜିଲ୍ଲାରେ ରହିଛି। ଲୋକମାନଙ୍କ ବ୍ୟବହାରରେ ଯେମିତି ସଂକ୍ରମଣ ନ ବଢ଼ୁ ସେ ନେଇ ଯତ୍ନବାନ ହେବାର ରହିଛି। କେବଳ ସହରରେ ନୁହେଁ, ଗାଁମାନଙ୍କରେ ମଧ୍ୟ ସଂକ୍ରମଣର ଉପସ୍ଥିତି ରହିଛି । ରାଜ୍ୟରେ କିଛି ଦିନ ହେବ ମୃତ୍ୟୁ ସଂଖ୍ୟା ୬ ରୁ ୭ ଭିତରେ ରହୁଛି।

ରାଜ୍ୟରେ ଫଟର୍ନିଟି ରେଟ କମ ଅଛି। ଯେତିକି ସରକାରଙ୍କ ତଥ୍ୟ ଦିଆଯାଇଛି ୯୫% ବହୁବିଧ ରୋଗୀ ରହୁଛନ୍ତି। ବର୍ତ୍ତମାନର ମୃତ୍ୟୁସଂଖ୍ୟା ଦେଖି ରାଜ୍ୟରେ ମୃତ୍ୟୁ ବଢିଛି ବୋଲି କହି ହେବ ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୮୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୫୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି ବୋଲି କହିଛନ୍ତି ।

Related Posts