ସୁପ୍ରିମକୋର୍ଟରୁ ନୂପୁର ଶର୍ମାଙ୍କୁ ଆସ୍ୱସ୍ଥି; ଦିଲ୍ଲୀ ସ୍ଥାନାନ୍ତର ହେବ ନୂପୁରଙ୍କ ବିରୋଧରେ ଥିବା ସମସ୍ତ ମାମଲା

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ପ୍ରଫେଟ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ଥି ମିଳିଛି । ନୂପୁର ଶର୍ମାଙ୍କ ବିରୋଧରେ ଦେଶବ୍ୟାପି ବିଭିନ୍ନ ସ୍ଥାନରେ ହୋଇଥିବା ଏକାଧିକ ମାମଲା ରାଜଧାନୀ ଦିଲ୍ଲୀକୁ ସ୍ଥାନାନ୍ତର ହେବ। ଆଜି ଏନେଇ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଦେଶର ବିଭିନ୍ନ ସ୍ଥାନରେ ତାଙ୍କ ନାମରେ ହୋଇଥିବା ୧୦ଟି ମାମଲାକୁ ଦିଲ୍ଲୀ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ପୂର୍ବରୁ ତାଙ୍କ ଉପରେ ଦାୟର ହୋଇଥିବା ସମସ୍ତ ମାମଲାକୁ ଦିଲ୍ଲୀ ସ୍ଥାନାନ୍ତର କରିବାକୁ ନୂପୂର ଅନୁରୋଧ କରିଥିଲେ । ତେବେ ନୂପୁରଙ୍କ ଏହି ଆବେଦନକୁ ବେଙ୍ଗଲ ସରକାର ବିରୋଧ କରିଥିଲେ। ପୂର୍ବରୁ ନୂପୁର ଶର୍ମାଙ୍କ ନାଁରେ ରୁଜୁ ହୋଇଥିବା ଏକାଧିକ ଏଫଆଇଆରକୁ ଏକାଠି କରିବା ପାଇଁ ସେ କରିଥିବା ଆବେଦନର ଜବାବ ରଖିବାକୁ ସୁପ୍ରିମକୋର୍ଟ ରାଜ୍ୟଗୁଡ଼ିକୁ କହିଥିଲେ। ରାଜ୍ୟଗୁଡ଼ିକ ଜବାବ ଦେବା ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମାମଲାର ଶୁଣାଣି ନ ହେବା ଯାଏ ନୂପୁର ଶର୍ମା ଗିରଫ ହୋଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଥିଲେ । ଏଗୁଡ଼ିକ ଏକାଠି କରି ଦିଲ୍ଲୀକୁ ସ୍ଥାନାନ୍ତର କରିବାକୁ ସେ ଆବେଦନ ହୋଇଥିଲା।

ସୂଚନାଯୋଗ୍ୟ ଗତ ମେ ମାସରେ ଏକ ଟିଭି ବିତର୍କରେ ଯୋଗ ଦେଦେଇ ନୂପୁର କେତେକ ଇସଲାମ ବିରୋଧୀ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଏହାକୁ ନେଇ ମୁସଲିମ ସମାଜରେ ତୀବ୍ର ବିରୋଧ ହେବା ପରେ ବିଜେପି ପକ୍ଷରୁ ନୂପୁର ଓ ଦିଲ୍ଲୀ ୟୁନିଟ ମିଡିଆ ସେଲ ମୁଖ୍ୟ ନବୀନ ଜିନ୍ଦଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ନୂପୁରଙ୍କୁ ନିଲମ୍ବିତ କରାଯିବା ସହ ନବୀନଙ୍କୁ ବହିଷ୍କାର କରାଯାଇଥିଲା । ଏହା ସତ୍ତ୍ୱେ ବିଶ୍ୱର ମୁସଲିମ ଦେଶମାନେ ଏହାକୁ ନିନ୍ଦା କରିଥିଲେ ଓ ଏହାକୁ ନେଇ ଭାରତ ସରକାରଙ୍କ ନିକଟରେ ପ୍ରତିବାଦ କରିଥିଲେ । ଏହା ପରେ ଭାରତରେ ମୁସଲିମମାନେ ମଧ୍ୟ ଆନ୍ଦୋଳନକୁ ଓହ୍ଲାଇଥିଲେ ।

Related Posts