ଜଳୁଛି ଓଡିଶା; ୪୬. ୪ ଡ଼ିଗ୍ରି ସହ ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦/୪(ସତ୍ୟପାଠ ବ୍ୟୁରୋ):   ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତିର ସାମ୍ନା କରିବାକୁ ପଡୁଛି। ଆଜି ରାଜ୍ୟର ୧୫ଟି ସହରରେ ତାପମାତ୍ରା ୪୪ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରେକର୍ଡ ହୋଇଛି। ଚଳିତ ବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରା ଆଜି ରେକର୍ଡ ହୋଇଛି। ବାରିପଦାରେ ସର୍ବାଧିକ ୪୬. ୪ ଡ଼ିଗ୍ରି, ବାଲେଶ୍ୱରରେ ୪୬ ଡ଼ିଗ୍ରି ଏବଂ ଭୁବନେଶ୍ୱରରେ ତାପମାତ୍ରା ୪୫.୪ ଡ଼ିଗ୍ରି ଛୁଇଁଛି। କେବଳ ସେତିକି ନୁହେଁ। ରାଜ୍ୟର ୨୯ଟି ସହରରେ ତାପମାତ୍ରା ୪୨ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆହୁରି ୩ ଦିନ ଆକାଶରୁ ଅଗ୍ନିବର୍ଷା ହେବ। ରାଜ୍ୟରେ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଜାରି ରହିବ। ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣିପାଗ ବିଭାଗ ରାଜ୍ୟର ଅନେକ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି। ସେପଟେ ଆଗାମୀ ୨୪ ଘଣ୍ଟା ପାଇଁ ସିଭିୟର ହିଟ ୱେଭ୍ ଜାରି କରିଛି ପାଣିପାଗ ବିଭାଗ। ଏନେଇ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

Related Posts