ପୁଣି ବଢ଼ିଲା ତେଲ ଦର: ଜାଣନ୍ତୁ କୋଉଠି କେତେ ରହିଛି ଦର

ନୂଆଦିଲ୍ଲୀ: ଦେଶରେ କିଛି ଦିନ ହେବ ଲଗାତର ଭାବେ ବଢିଚାଲିଛି ତେଲଦର । ତେବେ ଆଜି ପୁଣି ତେଲ ଦର ପୁଣି ବଢିଛି । ଲଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି। ୧୪ ଦିନ ମଧ୍ୟରେ ଆଜି ୧୨ଥର ପାଇଁ ବଢ଼ିଛି ତୈଳଦର। ସୋମବାର ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୪୦ ପଇସା ବୃଦ୍ଧି ପାଇଛି। ଏହାକୁ ମିଶାଇ ୨ ସପ୍ତାହ ମଧ୍ୟରେ ଉଭୟ ପେଟ୍ରୋଲ ଓ ଡିଜେଲ ପ୍ରାୟ ୮.୪୦ ଟଙ୍କା ବଢ଼ିଲାଣି।

ଦେଶରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ପେଟ୍ରୋଲ ଓ ଡିଜେଲ ମୂଲ୍ୟ କିଛି ସମୟ ସ୍ଥିର ରଖା ଯାଇଥିଲା। ରାଜ୍ୟମାନଙ୍କରେ ନୂଆ ସରକାର ଗଠନ ସହ ପୁଣି ତୈଳ ଦର ମହଙ୍ଗା ହେବ ବୋଲି ବିରୋଧୀ ଦଳମାନେ କରିଥିବା ପୂର୍ବାନୁମାନ ଏବେ ସତ୍ୟ ସାବ୍ୟସ୍ତ ହୋଇଛି। ଏହା ପୂର୍ବରୁ କେନ୍ଦ୍ର ସରକାର କେବଳ ଡିଜେଲ ଦର ମୂଲ୍ୟରେ ଲିଟର ପିଛା ୨୫ ଟଙ୍କା ମହଙ୍ଗା କରିଥିଲେ।

ଏନଡି ଟିଭିର ରିପୋର୍ଟ ଅନୁସାରେ, ମୂଲ୍ୟ ବୃଦ୍ଧି ପରେ ଓଡିଶାରେ ପେଟ୍ରୋଲ ଦର ୧୧୦ ଟଙ୍କା ୭୮ପଇସା ଥିବା ବେଳେ ଡିଜେଲ ୧୦୦ ଟଙ୍କା ୫୩ ପଇସା ରହିଛି । ସେହିପରି ଦିଲ୍ଲୀରେ ଲିଟର ପିଛା ପେଟ୍ରୋଲ ଦର ସୋମବାର ୧୦୩ଟଙ୍କା ୮୧ ପଇସା ଦରରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୫ଟଙ୍କା ୮୩ ପଇସା ଦରରେ ବିକ୍ରି ହେଉଛି। ସେପଟେ ମୁମ୍ବାଇରେ ପେଟ୍ରୋଲ ଲିଟରପିଛା ଦର ୧୧୮ଟଙ୍କା ୪୧ ପଇସାକୁ ପହଞ୍ଚିଥିବା ବେଳେ ଡିଜେଲ ୧୦୩ ଟଙ୍କା ୦୭ ପଇସା ଦରରେ କାରବାର ହେଉଛି। କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୧୩ଟଙ୍କା ୪୫ ପଇସା ମୂଲ୍ୟରେ ବିକ୍ରି ହେଉଥିବା ବେଳେ ଡିଜେଲ ୯୮. ୨୨ ପଇସା ଦରରେ ବିକ୍ରି ହେଉଛି |

ଆଜି ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ୨ ପଇସା ଲେଖାଏ ବଢ଼ିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୧୦.୭୮ ଟଙ୍କା ଓ ଡିଜେଲ ଲିଟର ପିଛା ୧୦୦.୫୩ ଟଙ୍କାରେ ବିକ୍ରି ହେଉଛି।

Related Posts