ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଅଗଷ୍ଟ ୯ରୁ ପ୍ରତି ଜିଲ୍ଲାରେ ୭୫କି.ମି. ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ) ଦେଶ ସ୍ବାଧୀନତାର ୭୫ବର୍ଷ ପୁରୁଥିବା ଅବସରରେ କଂଗ୍ରେସ ପ୍ରତି ଜିଲ୍ଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏଆଇସିସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଅଗଷ୍ଟ ୯ରୁ ୧୪ ତାରିଖ ପର୍ଯ୍ୟନ୍ତ ଏହି ପଦଯାତ୍ରା ଚାଲିବାକୁ ଥିବାବେଳେ କଂଗ୍ରେସ ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ। ଏହି ପଦଯାତ୍ରାରେ ସ୍ଥାନୀୟ ବିଧାୟକ, ବରିଷ୍ଠ ନେତା, ସାଂସଦ ପ୍ରାର୍ଥୀ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ଯୋଗଦେବେ।ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି ।

Related Posts