ଭୁବନେଶ୍ୱର,୦୧/୬(ସତ୍ୟପାଠ ବ୍ୟୁରୋ): ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢୁଛି ମୃତ୍ୟୁସଂଖ୍ୟା। ଆଜି ଆଖି ବୁଜିଲେ ଆଉ ଜଣେ ଆହତ। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ବିଭିନ୍ନ ହସ୍ପିଟାଲରେ ଏବେବି ୨୨ ଜଣ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ଭିତରୁ କିଛି ଗୁରୁତର ରହିଛନ୍ତି।
ମେ’ ୨୯ ତାରିଖ ଦିନ ପୁରୀରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଥିଲା ଏହି ଅଘଟଣ। ଠାକୁରଙ୍କ ଚନ୍ଦନ ଯାତ୍ରା ଚାଲିଥିବା ବେଳେ ଲୋକେ ବାଣ ଫୁଟାଇ ଥିଲେ। ତେବେ ବାଣ ଫୁଟାଇଲା ବେଳେ ଏକ ବାଣ ଗଦାରେ ନିଆଁ ପଡ଼ି ଯିବାରୁ ସେଥିରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ତେବେ ବାଣ ଫୁଟାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କାହାକୁ ଅନୁମତି ଦିଆଯାଇ ନଥିଲା ବୋଲି କୁହାଯାଉଛି।





