ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ପାଇଲଟଙ୍କ ମୃତ୍ୟୁ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ପାଇଲଟଙ୍କ ମୃତ୍ୟୁ । ତେବେ ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଯେଉଁ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଘଟିଥିଲା, ସେମାନଙ୍କ ଭିତରୁ ଜଣେ ଓଡ଼ିଆ ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ପାଇଲଟ ସମ୍ବଲପୁରର ବୋଲି ଜଣାପଡ଼ିଛି। ମୃତ ପାଇଲଟ ସମ୍ବଲପୁର ଜିଲ୍ଲା ବାହାମ ଗାଁର ଗୋପାଳକୃଷ୍ଣ ପଣ୍ଡା ବୋଲି ସୂଚନା ମିଳିଛି। ଟ୍ରେନିଂ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ମୃତ୍ୟୁ ହୋଇଥିଲା । ସେପଟେ ତିଶଗଡ଼ର ରାୟପୁରରେ ସରକାରୀ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି ।

ଏଥିରେ ଦୁଇ ପାଇଲଟ୍ଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗୁରୁବାର ରାତିରେ ଛତିଶଗଡ଼ ରାୟପୁର ବିମାନବନ୍ଦରରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣା ସମ୍ପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏହି ହେଲିକପ୍ଟର କ୍ରାସରେ ଦୁଇ ପାଇଲଟ କ୍ୟାପ୍ଟେନ୍ ପଣ୍ଡା ଏବଂ କ୍ୟାପ୍ଟେନ୍ ଶ୍ରୀବାସ୍ତବଙ୍କର ମୃତ୍ୟୁ ହୋଇଥିବା ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts