୨୪ ଘଣ୍ଟାରେ ଦେଶରୁ ବାହାରିଲେ ୧,୮୨୯ କରୋନା ଆକ୍ରାନ୍ତ: ୩୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ବଢୁଛି କମୁଛି କରୋନାର ଦୈନିକ ସଂକ୍ରମଣ | ଗତ କିଛି ଦିନ ହେବ ସଂକ୍ରମଣ ବଢୁଥିବା ବେଳେ ଏବେ ପୁଣି କମିବା ଆରମ୍ଭ କରିଛି | କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୨୦୦୦ରୁ ଯଥେଷ୍ଟ କମ୍‌ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୨୯କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୨୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୨୭,୧୯୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୨୯୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୮୭,୨୫୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୬୪୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୧,୬୫,୦୦,୭୭୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୪୯,୨୬,୬୦୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୩୪,୯୬୨ଟି ନମୁନା।

Related Posts