ରାଜ୍ୟରେ ଖସୁଛି ସଂକ୍ରମଣ: ୨୪ ଘଣ୍ଟାରେ ୩୪୫ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଖସୁଛି କରୋନା ସଂକ୍ରମିତ ସଂଖ୍ୟା | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୧ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୧୮୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୦୯୯୦୭୯ସାମ୍ପୁଲ ଟେଷ୍ଟ୍ ହୋଇଛି |

ଅନ୍ୟପଟେ ଦେଶରେ ଆଜି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୨ ଛୁଇଁଛି ।

Related Posts