ପଞ୍ଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପଞ୍ଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କରିବାକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି । କନ୍ଧମାଳ ଜିଲ୍ଲା ଭେଟ୍ କୋଲ୍ ଘାଟି ନିକଟରେ ଘଟିଛି ଦୁର୍ଘଟଣା । ସେପଟେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ । ହେଲେ ଭେଟ୍ କୋଲ୍ ଘାଟି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା ।

ଗାଡ଼ି ରାସ୍ତା କଡ଼କୁ ଖସିଯାଇଥିଲା । ମନ୍ତ୍ରୀ ପ୍ରତାପ ଜେନା ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିଲେ । ଏବେ ଯାଏଁ ଦୁର୍ଘଟଣାରେ କାହାର କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ଏ ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା ରାଜନୀତି ବର୍ତ୍ତମାନ ଚଳଚଞ୍ଚଳ ହୋଇ ଉଠିଛି ।

Related Posts