ସମ୍ବଲପୁର ଫୁଲଝରଣ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌: ୩୫ଜଣ ଆହତ

ରେଢ଼ାଖୋଲ : ସମ୍ବଲପୁର ଜିଲ୍ଲା ଜୁଜୁମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଅଘଟଣ । ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି ଏକ ଯାତ୍ରୀବାହୀ ବସ୍‌ । ଫଳରେ ଏହି ଦୁର୍ଘଟଣାରେ ୩୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ‘ଡେଜି’ ନାମକ ଯାତ୍ରୀବାହୀ ବସ୍‌ ଅନୁଗୋଳ ଜିଲ୍ଲାର କିଶୋରନଗରରୁ ଯାତ୍ରୀମାନଙ୍କୁ ନେଇ ସୁନ୍ଦରଗଡ଼ ଯାଉଥିଲା। ଫୁଲଝରଣ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୩୫ଜଣ ଯାତ୍ରୀ ଆହତ ହୋଇଥିଲେ। ପୁଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସାପରେ ଯାତ୍ରୀମାନଙ୍କୁ ଅନ୍ୟ ଏକ ବସ୍‌ରେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ପଠାଯାଇଥିଲା। ବସ୍‌ରେ ୩୫ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ନଷ୍ଟ ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Related Posts