ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ହରିଦାସପୁର ପଞ୍ଚାୟତର ଭିଏଲଡବ୍ଲୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ସରପଞ୍ଚ ମଧୁସ୍ମିତା ଭଦ୍ରଙ୍କ ସ୍ୱାମୀ ରୂପେଶ ଭଦ୍ରଙ୍କୁ ଧର୍ମଶାଳା ପୁଲିସ ଶନିବାର ଗିରଫ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଯାଜପୁର ଏସ୍ପି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଭିଏଲଡବ୍ଲୁ ସ୍ମିତାରାଣୀ ବିଶ୍ବାଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଗେଷ୍ଟ ହାଉସର ୟୁରିନାଲରୁ ଉଦ୍ଧାର କରାଯାଇଥିଲା। ବେକରେ ଓଢ଼ଣୀ ବନ୍ଧା ଯାଇଥିବା ଅବସ୍ଥାରେ ମିଳିଥିଲା ମୃତଦେହ। ସ୍ମିତାରାଣୀ ହରିଦାସପୁର ପଞ୍ଚାୟତର ବାଲିଗରି ଗାଁରେ ଭତ୍ତା ବାଣ୍ଟିବା ପରେ ଦିନ ଗୋଟାଏ ବେଳେ ହରିଦାସପୁର ସରପଞ୍ଚଙ୍କ ସ୍ବାମୀଙ୍କର ଗେଷ୍ଟ ହାଉସକୁ ଫ୍ରେସ୍ ହେବାକୁ ଯାଇଥିଲେ। ଆଉ ସେହି ଗେଷ୍ଟ ହାଉସର ୟୁରିନାଲ ଭିତରୁ ତାଙ୍କର ଓଢ଼ଣୀରେ ଓହଳିଥିବା ମୃତଦେହ ଉଦ୍ଧାର କରାଯାଇଥିଲା। ସରପଞ୍ଚଙ୍କର ସ୍ବାମୀ ବାଥରୁମ୍ ଗେଷ୍ଟ ହାଉସ ଡୋର୍ ଭାଙ୍ଗି ବାଥରୁମରୁ ତାଙ୍କୁ ଉଦ୍ଧାର କରିଥିବା ବେଳେ ସେଠାରୁ ଧର୍ମଶାଳା ଡାକ୍ତରଖାନା ନେଇଥିଲେ। ତେବେ ତେବେ ସ୍ମିତାରାଣୀ ଓ ରୂପେଶଙ୍କ ମଧ୍ୟରେ ଅନେକ ଦିନ ହେବ ପ୍ରେମ ସମ୍ପର୍କ ଥିଲା। ଗତକିଛି ଦିନ ହେବ ଉଭୟଙ୍କ ସମ୍ପର୍କରେ ତିକ୍ତତା ଦେଖିବାକୁ ମିଳିଥିଲା । ଏହି କାରଣରୁ ସ୍ମିତାରାଣୀ ଆତ୍ମହତ୍ୟା କରିଛନ୍ତି ବୋଲି ଅନ୍ୟପକ୍ଷରେ କୁହାଯାଉଛି।