ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ: ୨୫ଜଣ ଆହତ

ଖଲ୍ଲିକୋଟ : ଭାରସାମ୍ୟ ହରାଇଲା ତୀର୍ଥଯାତ୍ରୀ ବସ । ଫଳରେ ଏହି ଦୁର୍ଘଟଣାରେ 25 ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା ।

ରିପୋର୍ଟ ଅନୁସାରେ, ଶନିବାର ବିଳମ୍ବିତ ରାତ୍ରରେ ଏହି ଘଟଣା ଘଟିଛି । ଏକ ତୀର୍ଥଯାତ୍ରୀ ବସ ପୁରୀରୁ ତାମିଲନାଡୁ ଫେରୁଥିଲା । ବସରେ ୫୦ରୁ ଅଧିକ ଯାତ୍ରୀ ଥିଲେ । ତେବେ ରମ୍ଭା ନିକଟରେ ଏହା ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ୨୫ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଁଚି ଉଦ୍ଧାର କାର୍ଯ୍ୟ କରିଥିଲେ । ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି । ରାତି ଅଧିକ ହୋଇଯାଇଥିବା ବେଳେ, ଡ୍ରାଇଭର ଙ୍କୁ ନିଦ ଲାଗିବା ଯୋଗୁ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ଏନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଛି ।

Related Posts