ଦର ବୃଦ୍ଧି ଓ ଜିଏସଟି ପ୍ରସଙ୍ଗରେ କଂଗ୍ରେସର ରାଜଭବନ ଘେରାଉ, ପୁଲିସ-କଂଗ୍ରେସ କର୍ମୀ ମୁହାଁ ମୁହିଁ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଦେଶରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ଓ ଜିଏସଟି ପ୍ରସଙ୍ଗକୁ ନେଇ ଆଜି କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ସହ ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ଉପରେ ଦ୍ରବ୍ୟ ଓ ସେବା କର ଲାଗୁ ବିରୁଦ୍ଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଆଜି କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ କରାଯାଇଛି।କଂଗ୍ରେସ ନେତା ଓ କର୍ମୀମାନେ ଶୋଭାଯାତ୍ରା ଜରିଆରେ ରାଜଭବନ ଅଭିମୁଖେ ଯାଉଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଥିଲା ଫଳରେ ପୁଲିସ ଓ କଂଗ୍ରେସକର୍ମୀଙ୍କ ମଧ୍ୟରେ ଧସ୍ତା ଧସ୍ତି ହୋଇଥିବା ଦେଖିବାକୁ ମିଳିଛି। ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଶତାଧିକ କଂଗ୍ରେସ ନେତା ଓ କର୍ମୀକୁ ପୁଲିସ ଅଟକ ରଖିଥିବା ସୂଚନା ମିଳିଛି।

Related Posts