କନ୍ଧମାଳ ବାଲିଗୁଡାରେ ବିପୁଳ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ବାଲିଗୁଡ଼ା : ବାଲିଗୁଡା ଥାନା ପୋଲିସ ଏବଂ ଅବକାରୀ ବିଭାଗକୁ ସଫଳତା । ବିପୁଳ ଗଞ୍ଜେଇ ଗଛ ନଷ୍ଟ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ୟ କୋଟିଏ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ଖବର ଅନୁଯାୟୀ, କନ୍ଧମାଳ ଏସ. ପି ଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡା ଏସଡ଼ିପିଓ ଜି. ଆର ରାଗବେନ୍ଦ୍ର ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । ବାଲିଗୁଡା ଥାନା ପୋଲିସ ଏବଂ ଅବକାରୀ ବିଭାଗ ମିଳିତ ଭାବେ ଚଢାଉ କରି ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିଲା । ସିନ୍ଦ୍ରି ପଞ୍ଚାୟତର ଗୁଦ୍ରାସାହି ବାଲିପଦର ମେଡ଼ିପାଙ୍ଗା ଅଞ୍ଚଳ ରେ ୧୧୫ ଏକର ସରକାରୀ ଜମିରେ ଚାଷ ହୋଇଥିବା ଗଞ୍ଜେଇକୁ ନଷ୍ଟ କରିଛି l ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟିଏ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି l

Related Posts