ଭୁବନେଶ୍ୱର,୨୦/୨(ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଚଳିତ ଆର୍ଥିକବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବଜେଟରେ କେଉଁ ବିଭାଗ ପାଇଁ କେତେ ଟଙ୍କା ବ୍ୟୟବରାଦ କରାଯିବ ତାହା ଉପରେ ସମସ୍ତଙ୍କର ନଜର ରହିଛି। ଆଉ ଏସବୁ ଭିତରେ ବଜେଟ ଅଧିବେଶନ ପାଇଁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଡାକଡି କରାଯାଇଛି। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ ଡିଜି ।

ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ। ତେବେ ବିକ୍ଷୋଭ ଓ ଧାରଣାସ୍ଥଳ ଉପରେ ପୋଲିସର କଡା ନଜର ରହିବ ବୋଲି ପୋଲିସ ଡିଜି କହିଛନ୍ତି।