ଜରୁରୀ ଔଷଧ ସାମଗ୍ରୀ ମହଜୁଦ ରଖିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସ୍ୱାସ୍ଥ୍ୟ ସଚିବ

covid

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର: ରାଜ୍ୟରେ ତୃତୀୟ ଲହରକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ସଚିବ ପ୍ରଦିପ୍ତ ମହାପାତ୍ର ବଡ ପଦକ୍ଷେପ ନେଇଛନ୍ତି । ତେବେ ଏମରଜେନ୍ସି କୋଭିଡ ରେସ୍ପନସ୍ ପ୍ଲାନ ପ୍ରସ୍ତୁତ କରିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି । ଏହା ସହ ପ୍ରତ୍ୟେକ ଜିଲ୍ଲା ହସ୍ପିଟାଲରେ ଆରଟିପିସିଆର ଟେଷ୍ଟ କିଟ, ଆଣ୍ଟିଜେନ କିଟ, ଆରଟିପିସିଆର ଟେଷ୍ଟ ଲାବ ସହ ୮ ପ୍ରକାର ଜରୁରୀ ଔଷଧ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କେବଳ ଏତିକି ନୁହେଁ ବରଂ ଶିଶୁ ବିଭାଗରେ ଅକ୍ସିଜେନ ୨୦ ରୁ ୩୦ ଟି ବେଡ଼ ଓ ୧୨ ବେଡ଼ ବିଶିଷ୍ଟ ଆଇସିୟୁ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଏସବୁ ଡିସିମ୍ବେର ୨୦୨୧ ସୁଦ୍ଧା ଶେଷ କରିବା ପାଇଁ ମଧ୍ୟ ଆଦେଶ ଦିଆଯାଇଛି । ସେହିପରି ଜିଲ୍ଲା ସଦର ମହକୁମା ଡାକ୍ତରଖାନା, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସହ ସମସ୍ତ ହସ୍ପିଟାଲରେ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବା ପାଇଁ ମଧ୍ୟ କୁହାଯାଇଛି । ଅପରିପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୮୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୮୦୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୭୩୭୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts