ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

 ଭୁବନେଶ୍ୱର,୦୫/୩(ସତ୍ୟପାଠ ବ୍ୟୁରୋ): ଆଜି ଇଡିରେ ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପ୍ରୟାସକାନ୍ତିଙ୍କୁ ଇଡି ଜେରା କରୁଛି। କିଛି ଦିନ ତଳେ ପ୍ରଫୁଲ୍ଲ ସାମଲଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା ଇଡି।

ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବ୍ରୁଆରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ୱାସ୍ଥ୍ୟଗତ ସମସ୍ୟା ଜଣାଇ  ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ। ପରବର୍ତ୍ତୀ ସମୟରେ ପୁଣି ଇଡି ପ୍ରଫୁଲ୍ଲଙ୍କୁ ହାଜର ହେବାକୁ ନୋଟିସ କରିଥିଲା। ଫ୍ରେବୃଆରୀ ୨୮ ତାରିଖରେ ପ୍ରଫୁଲ୍ଲ ଇଡିରେ ହାଜର ହୋଇଥିଲେ। ହେଲେ ତାଙ୍କ ପୁଅ ପ୍ରୟାସକାନ୍ତି ଇଡିରେ ହାଜର ହୋଇନଥିଲେ। ଆଜି ପ୍ରୟାସକାନ୍ତି ଇଡିରେ ହାଜର ହୋଇଛନ୍ତି।

ଏହାପୂର୍ବରୁ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ ଜଣିଆ ଟିମ୍ ଚଢ଼ାଉ କରିଥିଲା। 

ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱରର ପଳାଶପଲ୍ଲୀ ଘରୁ ଚଢ଼ାଉ ବେଳେ ଇଡି ଟିମ୍ ୯ ଲକ୍ଷ ଟଙ୍କା ସହ ଏକ ଫର୍ଚ୍ୟୁନର କାର୍‌ ଜବତ କରିଥିଲା। ଉକ୍ତ ଗାଡ଼ିଟି ପ୍ରୟାସକାନ୍ତି ଚଲାଉଥିବା ବେଳେ ତାହା ତୃଷ୍ଣା ସ୍କାଏ ସ୍କ୍ରାପର ଲିମିଟେଡ ନାମକ ବିଲଡର ସଂସ୍ଥା ନାଁରେ ଥିବା ସୂଚନା ମିଳିଥିଲା।

Related Posts