ଦ୍ୱିତୀୟଥର ପାଇଁ ଗୋଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପ୍ରମୋଦ ସାୱନ୍ତ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦ୍ୱିତୀୟଥର ପାଇଁ ଗୋଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପ୍ରମୋଦ ସାୱନ୍ତ । ତେବେ ଗୋଆର ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେପଟେ ତାଙ୍କ ସହ ବିଜେପି ବିଧାୟକ ବିଶ୍ୱଜିତ ରାଣେ, ମୌଭିନ ଗୋଡିନ୍ହୋ, ରବି ନାୟକ, ନୀଲେଶ କ୍ୟାବରାଲ, ସୁଭାଷ ଶିରୋଦକର, ରୋହନ ଖୁଣ୍ଟେ, ଆଟାନାସିଓ ମାନସେରେଟ୍ ଏବଂ ଗୋବିନ୍ଦ ଗୋଡେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ଅନ୍ୟପଟେ ପ୍ରମୋଦ ସାୱନ୍ତ ଉତ୍ତର ଗୋଆର ସାଙ୍କଲିମରୁ ବିଧାୟକ ଅଟନ୍ତି। ୨୦୧୭ ରେ ବିଧାନସଭାର ବାଚସ୍ପତି ନିର୍ବାଚିତ ହୋଇଥିଲେ। ମାର୍ଚ୍ଚ ୨୦୧୯ରେ ସେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ।

Related Posts