ଭୁବନେଶ୍ୱର,୭/୬(ସତ୍ୟପାଠ ବ୍ୟୁରୋ): ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା ।
୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମି ମିଳିଛି । ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି । ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା । ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଚିକିତ୍ସିତ ହେଉଛନ୍ତି ।





